Site icon UTKAL PRATIDIN

ଆଜିଠୁ ପୁଣି ଢାଳିବ; କୁଆପଥର ବର୍ଷା

4

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗତ ଦୁଇଦିନ ଧରି କାଳବେଶାଖୀ ବର୍ଷା ଜାରି ରହିଥିବା ବେଳେ କିଛି ସ୍ଥାନରେ କୁଆପଥର ବର୍ଷା ହୋଇଯାଇଛି। ତେବେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୩୦ ତାରିଖ ଯାଏ କାଳବେଶାଖୀ ଜନିତ ବର୍ଷା ଓ କୁଆପଥର ବର୍ଷା ଜାରି ରହିବ। ଫଳରେ ରାଜ୍ୟରେ ଥଣ୍ଡା ପାଗ ଅନୁଭୂତ ହେବା ସହ ରାଜ୍ୟବାସୀ ଅସହ୍ୟ ତାତି ଓ ଗୁଳୁଗୁଳିରୁ ରକ୍ଷା ପାଇବେ।

ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୭ ତାରିଖ ଗୁରୁବାର ଅପରାହ୍ଣ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଗଞ୍ଜାମ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।

Exit mobile version