ଭୁବନେଶ୍ୱର : ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ବର୍ଷାର ସମ୍ଭାବନା ରହିଛି । ସେହିପରି କିଛି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ରବିବାର ତଥା ଆଜି ପାଇଁ କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ଏହାସହ ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।11:51 AM
ପୁଣି ସୃଷ୍ଟିହେଲା ଲଗୁଚାପ କ୍ଷେତ୍ର : ଆଗାମୀ ୪ ରୁ ୫ଦିନ ବର୍ଷା
