
ପ୍ରକାଶ ପାଇଲା ଚଳିତବର୍ଷ ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାର ଫଳାଫଳ । ଯେଉଁ ଛାତ୍ରଛାତ୍ରୀମାନେ ମାଟ୍ରିକ ପରୀକ୍ଷାରେ ଉତୀର୍ଣ୍ଣ ହୋଇପାରିନଥିଲେ କିମ୍ବା କୌଣସି କାରଣରୁ ପରୀକ୍ଷା ଦେଇପାରିନଥିଲେ ସେମାନଙ୍କ ମଧ୍ୟରୁ ୧୩୧୦ ଜଣ ସପ୍ଲିମେଣ୍ଟାରୀ ପରୀକ୍ଷା ନିମନ୍ତେ ଫର୍ମଫିଲପ କରିଥିଲେ । ତେବେ ସେହି ୧୩୧୦ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ଓ ଆଜି ଏହାର ରେଜଲ୍ଟ ପ୍ରକାଶ ପାଇଛି l ସେମାନଙ୍କ ମଧ୍ୟରୁ ୪୩୩ ଜଣ ପାସ କହିଛନ୍ତି। ସେହପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ବି ୬୭୭୮ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ବୋର୍ଡ ୱେବସାଇଟରେ ଉଭୟ ରେଜଲ୍ଟ ଉପଲବ୍ଧ ରହିଛି । ଛାତ୍ରଛାତ୍ରୀମାନେ ୱେବ୍ସାଇଟ କୁ ଯାଇ ନିଜର ମାର୍କ ଦେଖିପାରିବେ l ସୂଚନାଯୋଗ୍ୟ ଜୁଲାଇ ୩ରୁ ଆରମ୍ଭ ହୋଇଥିଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ମାଟ୍ରିକ ପରୀକ୍ଷା ସହ ଷ୍ଟେଟ ଓପନ୍ ସ୍କୁଲ ପରୀକ୍ଷା ମଧ୍ୟ ଚାଲିଥିଲା । ସାରା ରାଜ୍ୟରେ ୮୦ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଜୁଲାଇ ୩ରୁ ଆରମ୍ଭ ହୋଇ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ମୋଟରେ ୧,୩୧୦ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ୮ ହଜାର ୯ ଶହରୁ ଅଧିକ ଛାତ୍ରଛାତ୍ରୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଇଥିଲେ । ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସିଧା ଯୁକ୍ତ ଦୁଇରେ ନାମ ଲେଖାଇବାକୁ ସୁ