Site icon UTKAL PRATIDIN

ଆଜିଠାରୁ +୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆରମ୍ଭ

photo1689858852



ଭୁବନେଶ୍ୱର: ଆଜିଠୁ +୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଁ ମୋଟ ୭୦ ହଜାର ୧୦୫ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି । ଗତକାଲି ଯୁକ୍ତଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ୍ ପ୍ରକାଶ ପାଇବ ପରେ ଆଜିଠୁ ନାମ ଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା । ସୂଚନା ଅନୁସାରେ ମୋଟ୍ ମନୋନୀତ ଛାତ୍ରଛାତ୍ରୀଙ୍କ ମଧ୍ୟରୁ କଳାରେ ୪୯ ହଜାର ୭୦ ଛାତ୍ରଛାତ୍ରୀଙ୍କୁ ମନୋନୀତ କରାଯାଇଛି । ସେହିପରି ବାଣିଜ୍ୟରେ ୩ ହଜାର ୧୮୨ ଓ ବିଜ୍ଞାନରେ ୧୬ ହଜାର ୯୨୭ ଛାତ୍ରଛାତ୍ରୀଙ୍କୁ ତାଲିକାରେ ସାମିଲ କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପରେ ବଳକା ସିଟ୍ ପାଇଁ ହେବ ସ୍ପଟ୍ ସିଲେକସନ । ଏ ନେଇ ୨୭ ତାରିଖରେ ପ୍ରକାଶ ପାଇବ ତାଲିକା । ୨୯ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ପଟ୍ ନାମଲେଖା । ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୪୩ ହଜାର ୭୬୯ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । କିଛି ଛାତ୍ରଛାତ୍ରୀ ସ୍ଲାଇଡ୍ ଅପ୍ କରି ମଧ୍ୟ ନିଜ ପସନ୍ଦର କଲେଜରେ ନାମ ଲେଖାଇବା ପାଇଁ ଚେଷ୍ଟା କରିଛନ୍ତି । ତେବେ ଛାତ୍ରଛାତ୍ରୀଙ୍କ ସହ ଅଭିବାବକ ମାନେ ମଧ୍ୟ ନିଜ ପିଲାମାନଙ୍କର ସଠିକ୍ ସ୍ଥାନରେ ନାମ ଲେଖାଇବା ପାଇଁ ତତ୍ପର ରହିଛନ୍ତି ।06:44 PM

Exit mobile version