Site icon UTKAL PRATIDIN

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

23-07-24_11-27-18-098

 
ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଯୋଗୁଁ ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ପ୍ରଶାସନ ପକ୍ଷରୁ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇଛି । ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ତେବେ ଏହି ସମୟରେ ଭକ୍ତମାନେ ମନ୍ଦିର ପରିସରରେ ଅନ୍ୟ ସମସ୍ତ ଦେବାଦେବୀଙ୍କୁ ଦର୍ଶନ କରିପାରିବେ। ହେଲେ ମହାପ୍ରଭୁଙ୍କୁ ଏହି ସମୟରେ ଶ୍ରଦ୍ଧାଳୁମାନେ ଦର୍ଶନ କରିପାରିବେ ନାହିଁ l ମହାପ୍ରଭୁଙ୍କ ଗୁପ୍ତନୀତି ତଥା ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି ।

ଏହା ଶ୍ରୀଜିଉଙ୍କର ଏକ ଗୁପ୍ତ ନୀତି । ଏଥିପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି । ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାରା ବନ୍ଦ କରାଯାଏ । ବେହେରଣ ଦ୍ୱାରା ଦେଇ ଦୈତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି । ଏହି ସମୟରେ ଧଳାକନା, ଖଳି ଏବଂ କଇଁଥ ଅଠାର ବ୍ୟବହାର କରି ମହପ୍ରଭୁଙ୍କ ଶ୍ରୀଅଙ୍ଗରକୁ ସାଜାଇଥାଏ । ତେଣୁ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଯୋଗୁଁ ସାଧାରଣ ଭକ୍ତଙ୍କ ଦର୍ଶନ ଉପରେ ରୋକ ଲଗାଯାଇଛି । ଏହି ନୀତି ସମାପ୍ତ ପରେ ପୁନଶ୍ଚ ରାତି ୧୦ଟା ପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ସମସ୍ତେ l

Exit mobile version