ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବଦଳିଲେ ଝାରସୁଗୁଡା ଜିଲ୍ଲାପାଳ। ୨୦୧୫ ବ୍ୟଚ ଆଇଏଏସ୍ ଆବୋଲି ସୁନୀଲ ନରଭଣେ ହେଲେ ଝାରସୁଗୁଡାର ନୂଆ ଜିଲ୍ଲାପାଳ। ବର୍ତ୍ତମାନ ଝାରସୁଗୁଡ଼ାର ଜିଲ୍ଲାପାଳ ଥିବା ସରୋଜ ସାମଲଙ୍କ ସ୍ଥାନ ନେବେ ଆବୋଲି ସୁନୀଲ ନରଭଣେ।
ଆବୋଲି ସୁନୀଲ ନରଭଣେ ଏବେ ସୋନପୁର ଜିଲ୍ଲାପାଳ ଭାବେ ଦାୟିତ୍ୱ ତୁଲାଉଛନ୍ତି। ତେବେ ତାଙ୍କୁ ତୁରନ୍ତ ଝାରସୁଗୁଡାରେ ଯୋଗଦାନ ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି।
ସୂଚନାଯୋଗ୍ୟ, ଝାରସୁଗୁଡ଼ାରେ ଉପନିର୍ବାଚନ ନେଇ ନିକଟରେ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ’ ୧୦ ତାରିଖରେ ଏଠାରେ ଭୋଟ୍ ଗ୍ରହଣ କରାଯାଇ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ନିର୍ବାଚନ ପାଇଁ ଆଜିଠାରୁ ଝାରସୁଗୁଡା ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଯାଇଛି। ଆସନ୍ତା ଏପ୍ରିଲ ୧୩ ତାରିଖରେ ଗଜେଟ ନୋଟିଫିକେସନ୍ ପ୍ରକାଶ ପାଇବ। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ଏବଂ ୨୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୨୪ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ହୋଇଥିବା ବେଳେ ମେ’ ୧୦ ତାରିଖରେ ଭୋଟିଂ ହୋଇ ୧୩ରେ ଫଳାଫଳ ପ୍ରକାଶ ପାଇବ। ମେ ୧୫ ତାରିଖ ସୁଦ୍ଧା ସମସ୍ତ ନିର୍ବାଚନ ପ୍ରକ୍ରିୟା ଶେଷ ହେବ।

