Site icon UTKAL PRATIDIN

ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର

photo_6237957969421645540_x

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଶପଥ ଗ୍ରହଣ କରିଛନ୍ତି l ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଶପଥ ପାଠ କରାଇଛନ୍ତି। ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥ ଗ୍ରହଣ କରିଛନ୍ତି। ୨୦୨୨ ମସିହା ଜୁନ୍‌ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ। ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧ ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜନ୍ମଗ୍ରହଣ କରିଥିଲେ । ସୂଚନା ଅନୁଯାୟୀ ଜଷ୍ଟିସ ଶୁଭାଶିଷ ତାଳପତ୍ର କଲିକତା ବିଶ୍ୱବିଦ୍ୟାଳୟରୁ ଆଇନ୍‌ରେ ସ୍ନାତକ ପାସ୍ କରିଥିଲେ । ସେ ବିଭିନ୍ନ ସମୟରେ ଆସାମ, ନାଗାଲାଣ୍ଡ, ମେଘାଳୟ, ମଣିପୁର, ତ୍ରିପୁରା, ମିଜୋରାମ ଓ ଅରୁଣାଚଳ ପ୍ରଦେଶ ବାର କାଉନସିଲର ସଦସ୍ୟ ମଧ୍ୟ ରହି ଆସିଛନ୍ତି । ୨୦୧୧ ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ । ୨୦୧୩ ସେପ୍ଟେମ୍ବର ୧୩ରେ ତ୍ରିପୁରାରେ ନୂତନ ହାଇକୋର୍ଟ ପ୍ରତିଷ୍ଠା ହେବା ପରେ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ ଜଷ୍ଟିସ ତାଳପତ୍ର। ୨୦୧୮ ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯ ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ଏହାପରେ ୨୦୨୨ ଜୁନ୍‌ ୧୦ ତାରିଖରୁ ସେ ଓଡିଶା ହାଇକୋର୍ଟର ବିଚାରପତି ଥିଲେ l ଗତକାଲି ଦିନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ୍‌ ମୁରଲୀଧର ଅବସର ନେଇଛନ୍ତି l ତେବେ ଆଜି ତାଙ୍କ ଜାଗାରେ ଜଷ୍ଟିସ ତଳପତ୍ର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତ l

Exit mobile version