ସୃଷ୍ଟି ହେଲା ଆଉ ଏକ ଲଘୁଚାପ
ଉତ୍ତର-ପଶ୍ଚିମ ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ । ଏହା ଆସନ୍ତା ଦୁଇ ଦିନ ଯାଏଁ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ଆଶଙ୍କା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
କନ୍ଧମାଳ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି । ସେହିପରି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଶଙ୍କା ରହିଛି । ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମି ରହି ଥିବାରୁ ସମସ୍ୟା ଉପୁଜିପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୁସ୍ଖଳନ ହୋଇପାରେ । ଏଥିପାଇଁ ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।
ସୃଷ୍ଟି ହେଲା ଆଉ ଏକ ଲଘୁଚାପ
