ଏଏସଓ ଚୟନ ଅନିୟମିତତା ମାମଲାରେ ହାଇକୋର୍ଟ ରାୟ ପ୍ରକାଶ କରିଛନ୍ତି । ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଅଦାଲତ ଅବମାନନା ମାମଲାରେ ଓପିଏସସି କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛି କୋର୍ଟ । ମେ’ ୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ମାମଲା ହୋଇଥିଲା । ଫଳରେ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ । ପୂର୍ବରୁ ଏଏସଓ ଚୟନ ପ୍ରକ୍ରିୟା ବିବାଦ ମାମଲାରେ ଶୁଣାଣି ଶେଷ ହୋଇଥିଲା । ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । ଓପିଏସସି ଦ୍ୱାରା ପ୍ରକାଶିତ ମେରିଟ ଲିଷ୍ଟକୁ ଉଚ୍ଚ ନ୍ୟାୟାଳୟ ଖାରଜ କରିଥିଲେ । ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ସୂଚନା ଅନୁସାରେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ତରଫରୁ ଅନୁଷ୍ଠିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ନିଯୁକ୍ତି ପରୀକ୍ଷାରେ ପ୍ରକାଶିତ ମେଧା ତାଲିକାକୁ ହାଇକୋର୍ଟ ରଦ୍ଦ କରିଥିଲେ । ମୂଲ୍ୟାୟନ ପଦ୍ଧତିରେ ହଠାତ୍ ପରିବର୍ତ୍ତନ ଆଣି ପ୍ରତି ବିଷୟରେ କ୍ୱାଲିଫାଇଂ ମାର୍କ ବ୍ୟବସ୍ଥା ଲାଗୁ କରିଥିଲା ଓପିଏସସି ଏବଂ ଗୋଟିଏ ପଦ ପାଇଁ ଦେଢ଼ ଜଣ ଆଧାରରେ ମୋଟ୍ ୧୧ ଶହ ୪ ପ୍ରାର୍ଥୀଙ୍କର ମେରିଟ୍ ଲିଟ୍ ପ୍ରକାଶ କରିଥିଲା । ଏହାକୁ ନେଇ ଦେଖାଦେଇଥିଲା ତମ୍ବିତୋଫାନ । ତେଣୁ ଏସବୁକୁ ନେଇ ନୂଆ ମେରିଟ ଲିଷ୍ଟ ପ୍ରକାଶ କରିବାକୁ କୋର୍ଟ ନିର୍ଦେଶ ଦେଇଥିବା ସତ୍ୱେ ବି ଏଯାଏଁ ତାହା ପ୍ରକାଶ ପାଇନଥିବାରୁ ଆଉ ୬ ସପ୍ତାହ ମଧ୍ୟରେ ସେସବୁ ପ୍ରକ୍ରିୟା ଶେଷ କରିବାକୁ ହାଇକୋର୍ଟ ଆଜି ନିର୍ଦେଶ ଦେଇଛନ୍ତି l