
ବାତ୍ୟା ଦାନା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି ।ପାଣି ପ୍ରଖର ସ୍ରୋତରେ ପ୍ରବାହିତ ହେବାରୁ ବାଲେଶ୍ୱର ଜିଲ୍ଲାର ୧୦ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି ।ତେବେ ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳରେ ପ୍ରବଳ ବର୍ଷା କାରଣରୁ ବୁଢାବଳଙ୍ଗ ଓ ସୋନ ନଦୀରେ ପ୍ରବଳ ମାତ୍ରାରେ ବନ୍ୟା ଜଳ ପ୍ରବାହିତ ହେଉଛି ।
ଫଳରେ ବାଲେଶ୍ୱର ଜିଲ୍ଲାରେ ବନ୍ୟା ସ୍ଥିତି ଉପୁଜିଛି ।ବେଗୁନିଆରୁ ତୋଟାପଡାକୁ ସଂଯୋଗ କରୁଥିବା ରାସ୍ତା ଧୋଇଯିବାରୁ ୧୦ରୁ ଅଧିକ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ସେହିପରି କୁଳଢିଆ ଅଭୟାରଣ୍ୟରେ ବର୍ଷା ଯୋଗୁ ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ବୁଡିଯାଇଛି ।