
ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି ।ଯାହା ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ଵର ବିଜୁଳି, ଘଡଘଡି ସହ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଆଗାମୀ ୩ ଘଣ୍ଟା ପାଇଁ ପୁରୀ , କଟକ, ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଟ୍ବିନ୍ ସିଟି ପାଇଁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେପଟେ ଆସନ୍ତା ୧୦ ତାରିଖ ଯାଏଁ କୌଣସି ଜିଲ୍ଲାକୁ ବଡ ବର୍ଷା ନାହିଁ।