
ଭୁବନେଶ୍ଵର: ସକାଳୁ ସକାଳୁ ଥରିଲା ଓଡ଼ିଶାରେ । ରାଜ୍ୟରେ ଭୂମିକମ୍ପ ଝଟ୍କା । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ଜିଲ୍ଲାରେ ଭୂକମ୍ପ ଅନୁଭୂତ ହୋଇଛି । ବଙ୍ଗୋପସାଗରରେ ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୧ ରେକର୍ଡ କରାଯାଇଛି । ଭୂକମ୍ପ ଫଳରେ ରାଜ୍ୟର ଉପକୂଳବର୍ତ୍ତି ଅଞ୍ଚଳ ଗୁଡ଼ିକରେ କମ୍ପନ ସୃଷ୍ଟି ହୋଇଛି । ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଛି ।
ପୁରୀରୁ ୨୮୬ କିମି ଓ ଭୁବନେଶ୍ବରରୁ ୨୯୭ କିମି ଦୂରରେ କେନ୍ଦ୍ରସ୍ଥଳ ରହିଥିଲା । ବ୍ରହ୍ମପୁର ଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ । ସେହିପରି ପଶ୍ଚିମବଙ୍ଗରେ ମଧ୍ୟ ଭୂକମ୍ପ ଝଟ୍କା ରହିଥିବା ବେଳେ ହଲଦିଆ ଠାରୁ ୨୮୬ କିମି ଓ କୋଲକାତାରୁ ୩୪୦ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି । ଭାରତ ଓ ବାଂଲାଦେଶରେ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି । ଭୂମିକମ୍ପର ତୀବ୍ରତା ୫.୧ ଥିବା ସୂଚନା ଦେଇଛି ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ।