ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ଆଜି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ ମୁତାବକ ଓଡ଼ିଶାରେ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନ ସ୍ଥାପନ, ରାଜ୍ୟରେ ଅଧିକ ସଂଖ୍ୟକ ହିନ୍ଦୀ ଶିକ୍ଷକ ସୃଷ୍ଟି, ହିନ୍ଦୀ ସାହିତ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନ, ଓଡ଼ିଆ-ହିନ୍ଦୀ ଅନୁବାଦ କେନ୍ଦ୍ର ପ୍ରତିଷ୍ଠା, ଓଡ଼ିଆ ଓ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ଉଭୟ ଭାଷାର ଅନବଦ୍ୟ ସାହିତ୍ୟିକ କୃତି ଓ ଅନ୍ୟାନ୍ୟ ରଚନାଗୁଡ଼ିକର ଅନୁବାଦ ଆବଶ୍ୟକ।କେନ୍ଦ୍ର ସରକାରଙ୍କ ରାଜଭାଷା ବିଭାଗର ଆର୍ଥିକ ସହାୟତାରେ ଏକ ସ୍ୱତନ୍ତ୍ର ଅନୁବାଦ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ। ହିନ୍ଦୀ ଓ ଓଡ଼ିଆ ଭାଷା ଓ ସାହିତ୍ୟ ମଧ୍ୟରେ ଅଧିକ ସାଂସ୍କୃତିକ ବିନିମୟ ପାଇଁ ଜାତୀୟ ଓ ରାଜ୍ୟ ସ୍ତରରେ ଅଧିକ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ଆବଶ୍ୟକ।