
ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ବଜେଟକୁ ଉପସ୍ଥାପନ କରିଛନ୍ତି। ତେବେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ ୫୫ ହଜାର କୋଟିର ବଜେଟ ବ୍ୟୟବରାଦ କରିଛନ୍ତି। ଏଥିରେ ନିର୍ବାଚନ ପାଇଁ କାମଚଳା ବଜେଟ ପରିମାଣ ରହିଛି ୧ ଲକ୍ଷ ୧୮ ହଜାର କୋଟି ଟଙ୍କା।
ତେବେ ମହିଳା ସଶକ୍ତିକରଣ ସାଙ୍ଗକୁ ଗମନାଗମନ ସୁବିଧା ପାଇଁ ମିଶନ ଶକ୍ତି ସ୍କୁଟର ଯୋଜନା ପ୍ରସ୍ତାବ ରଖାଯାଇଛି । କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଏବଂ ଇସି ସଦସ୍ୟାମାନଙ୍କ ପାଇଁ ବୈଦ୍ୟୁତିକ ସ୍କୁଟର ପାଇଁ ସହାୟତା ଯୋଗାଇ ଦିଆଯିବ । ଏହି ଯୋଜନା ଅଧିନରେ ସ୍କୁଟର କ୍ରୟ ପାଇଁ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଇଛି । ଏଥିପାଇଁ ୨୦୨୩-୨୪ ଆର୍ଥିକ ବର୍ଷରେ ୫୦କୋଟି ଟଙ୍କାର ବଜେଟ୍ ଆବଣ୍ଟନ ପ୍ରସ୍ତାବ ରଖାଯାଇଛି ।
ତେବେ ଚଳିତ ବର୍ଷ ମିଶନ ଶକ୍ତି ବଜେଟରେ ଗତ ଆର୍ଥିକ ବର୍ଷର ବ୍ୟୟ ବରାଦଠାରୁ ୨୭ ପ୍ରତିଶତ ବୃଦ୍ଧି ପାଇଛି । ଏହି ବଜେଟରେ ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧିନରେ ୯ ଶହ ୯୬ କୋଟି ଟଙ୍କା, ମିଶନ ଶକ୍ତି କାର୍ଯ୍ୟକ୍ରମ ଅଧିନରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ତାଙ୍କର ମହାସଂଘ ପାଇଁ ଆର୍ଥିକ ସହାୟତା ବାବଦରେ ୯ ଶହ ୮୯ କୋଟି ଟଙ୍କା, ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ୩ଶହ ୨୦ କୋଟି ଟଙ୍କା, ଜିଲ୍ଲା ମାନଙ୍କରେ କ୍ଷୁଦ୍ର ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ପାଇଁ ୧ ଶହ ୫୦ କୋଟି ଟଙ୍କା ଓବଂ ଏସଏଚଜିଙ୍କୁ ସୁଧ ରିହାତି ବାବଦରେ ୨ ଶହ ୨୦ କୋଟି ଟଙ୍କା ଅନ୍ତର୍ଭୁକ୍ତ ରହିଛି ।
ମହିଳା ଓ ଶିଶୁ ବିକାଶ ପାଇଁ ୩ ହଜାର ୬ ଶହ ୭୦କୋଟି ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ୍ରେ ମହିଳା ଓ ଶିଶୁ ବିକାଶ ସମ୍ବନ୍ଧୀୟ ଯୋଜନା ଓ କାର୍ଯ୍ୟକ୍ରମ ପାଇଁ ୩ହଜାର ୬ଶହ ୭୦ କୋଟି ଟଙ୍କା ବ୍ୟୟ ବରାଦର ପ୍ରସ୍ତାବ ରଖାଯାଇଛି । ଆର୍ଶିବାଦ ଯୋଜନାରେ ୫୨କୋଟି ଟଙ୍କାର ବ୍ୟୟ ବରାଦ ପ୍ରସ୍ତାବ ରଖାଯାଇଛି । ମମତା ଯୋଜନା ପାଇଁ ୨୦୨୩-୨୪ ଆର୍ଥିକ ବର୍ଷରେ ୨ଶହ ୫୦ କୋଟି ଟଙ୍କା ପାଣ୍ଠି ଯୋଗାଇବାର ପ୍ରସ୍ତାବ ଦିଆଯାଇଛି । ମାଳତୀ ଦେବୀ ପ୍ରାକ୍ ବିଦ୍ୟାଳୟ ପରିଧାନ ଯୋଜନା ଅଧୀନରେ ପ୍ରାକ ବିଦ୍ୟାଳୟରେ ଶିକ୍ଷାଗତ ଶିଶୁମାନଙ୍କୁ ଦୁଇହଳ ୟୁନିଫର୍ମ, ଗୋଟିଏ ହଳ ଜୋତା ଓ ଗୋଟିଏ ସ୍ୱେଟର ବଣ୍ଟନ କରିବା ପାଇଁ ୯୧ କୋଟି ଟଙ୍କା ବ୍ୟୟ ବ୍ୟରାଦ କରାଯାଇଛି ।