
ରାଜ୍ୟରେ ଘୁର୍ଣ୍ଣିବଳୟ ଯୋଗୁଁ ତୁହାକୁ ତୁହା ବର୍ଷା ଲାଗି ରହିଛି ।୭ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ଆଜିଠାରୁ କିଛି ରାଜ୍ୟରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି ।୪ ଦିନ ଉତ୍ତର ଓ ଉପକୂଳଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ବର୍ଷାର ପରିମାଣ ୭ତାରିଖ ବେଳକୁ ଆହୁରି ବଢିବା ସହିତ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବୁଧବାର ରାଜ୍ୟର କେତେକ ସ୍ଥାନରେ ୧୧୫ରୁ ୨୦୪ମିଲିମିଟର ବର୍ଷା ହେବ ।
ଆଜି ପ୍ରବଳ ବର୍ଷା ଆଶଙ୍କା ନେଇ ୧୭ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ। ଏହି ଜିଲ୍ଲା ଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବ ।ସେହିପରି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।