
ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମ୍ବରଝୋଳ ତଥା କଞ୍ଜୁରୁ ଛକଠାରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ।ତେଲ ଟ୍ୟାଙ୍କରଟି ଟ୍ରକ୍କୁ ଓଭରଟେକ୍ କରିବାକୁ ଯାଇ ଯାତ୍ରୀବାହୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା।ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୨୦ ଜଣ ଗୁରୁତର ହୋଇଛନ୍ତି।ଗୁରୁତର ଅବସ୍ଥାରେ ଯାତ୍ରୀଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତ ଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।ଏହି ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ମୃତ ବ୍ୟକ୍ତିଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଗୁରୁତର ଆହାତମାନଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।