
କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଏହି ଲଘୁଚାପ ଫଳରେ ଆସନ୍ତା ସେପ୍ଟେମ୍ବର ୧ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଦୁଇ ଦିନରେ ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ କରାଯାଇଥିବା ବେଳେ ରାୟଗଡ଼ା, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l ସେହିପରି ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ବରଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।ଲଘୁଚାପ ପ୍ରଭାବରେ ୩୧ ତାରିଖ ଯାଏଁ ପ୍ରବଳ ବର୍ଷିବାର ସମ୍ଭାବନା ଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।