
ଗତ କିଛି ଦିନ ହେବ ଆକ୍ସନ ମୋଡରେ ଭିଜିଲାନ୍ସ ବିଭାଗ ।ସରକାରୀ ବାବୁଙ୍କ ସମ୍ପତ୍ତିର ଖୋଳତାଡ଼ କରୁଛି ଭିଜିଲାନ୍ସ ଟିମ।ବାହାରୁଚି ମଲା ମଲା ସମ୍ପତି ।ଅନେକ ସରକାରୀ ଅଫିସର ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିଲା ବେଳେ ବାଲେଶ୍ୱର ଜିଲ୍ଲା ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ଟିମ ଚଢ଼ାଉ କରିଛି ।ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ାଉ କରିଛି ।ବାଲେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୨ ଜଣ ଏସିପି ୪ଜଣ ଡିଏସ ପି ଓ ୭ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।