ଦେଶରେ ଓଡ଼ିଶାରେ ସବୁଠାରୁ ଆଗରେ ବଜ୍ରପାତ ଜନିତ ମୃତ୍ୟୁ ।ଗତ ୫ ବର୍ଷରେ ୧୧୦୩ ଜଣଙ୍କର ଜୀବନ ନେଲଣି ବଜ୍ରପାତ ।ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏସବୁ ଭିତରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି । ୟୁପି ରାଜ୍ୟରେ ୫ ବର୍ଷରେ ନେଇଛି ୫୪୨ ଜୀବନ। ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱରରେ ବଜ୍ରପାତ ମୃତ୍ୟୁସଂଖ୍ୟା ଅଧିକ ରହିଛି।
୫ ବର୍ଷରେ ଝାରସୁଗୁଡ଼ାରେ ସର୍ବାଧିକ ୭୨ ଓ ବଲାଙ୍ଗିରରେ ୫୫ ମୃତ। ଗବେଷଣା ମୁତାବକ ଓଡ଼ିଶାରେ ଅଧିକ ଖଣିଜ ପଦାର୍ଥ ଥିବାରୁ ବଜ୍ରପାତହୋଇଥିବା ସୂଚନା ମିଳିଛି ।ବଜ୍ରପାତ ଜନିତ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦେଉଛନ୍ତି ସରକାର । ବଜ୍ରପାତ ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।