
ବଙ୍ଗୋପସାଗରରେ ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ମୟୂରଭଞ୍ଜ ଜିଲ୍ଲାରେ ଅତି ଭୀଷଣ ବର୍ଷା ଆଶଙ୍କା ଅଛି।ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।
ଏହାକୁ ଦୃଷ୍ଟି ରଖି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ସ୍କୁଲ ସହ ଜିଲ୍ଲାରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ।ସେଥିପାଇଁ ମୟୁରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।ଏହା ପ୍ରଭାବରେ ଉତ୍ତର ଓଡ଼ିଶା ସହିତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ବିଭିନ୍ନ ସ୍ଥାନରେ ୭୦ରୁ ୨୦୦ମିମି ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ାରେ ମଧ୍ୟ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।