
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଆଜିଠୁ ୩ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ।ସୋମବାର ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୁରୁତ୍ବପୂର୍ଣ୍ଣି ବୈଠକରେ ଯୋଗ ଦେବେ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।ସୋମବାର ୮ଟି ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ।
ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏଥିରେ ଅଧ୍ୟକ୍ଷତା କରିବେ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ । ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେୱନ୍ତ ରେଡ୍ଡୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏହି ବୈଠକରେ ଯୋଗଦେବେ ।ମାଓ ମୁକାବିଲାକୁ ରୋକିବା ପାଇଁ ଆଲୋଚନା କରିବେ ।