ସୁଭଦ୍ରା ଯୋଜନାକୁ ନେଇ ବଡ ଅପଡେଟ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।ଆସନ୍ତାକାଲି ଅକ୍ଟୋବେର ୯ତାରିଖରେ ମହିଳାଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା । ଅକ୍ଟୋବର ୭ ତାରିଖ ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ।
ସିଧାସଳଖ ଆକାଉଣ୍ଟକୁ ୯ ତାରିଖ ୧୨ଟା ସୁଦ୍ଧା ଟଙ୍କା ପହଞ୍ଚିବ। କମ ଦିନ ଭିତରେ ଏକ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବା ଅତି ସୌଭାଗ୍ୟର କଥା ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା। ହିତାଧିକାରୀଙ୍କ ଆକାଉଣ୍ଟକୁ ୧ଟଙ୍କା ପଠାଯିବାର କୌଣସି ବ୍ୟବସ୍ଥା ହୋଇନାହିଁ ବୋଲି ସ୍ପଷ୍ଟ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।