
ରାଜ୍ୟରେ ଦିନକୁ ଦିନ ନକ୍ସଲଙ୍କ ଆତଙ୍କ ବଢ଼ିବାରେ ଲାଗିଛି ।ହିତାଧିକାରୀଙ୍କ ପାଖରେ ସରକାରଙ୍କ ସମସ୍ତ ଯୋଜନା ପହଞ୍ଚେଇବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ଯୋଜନା କରାଯାଇଛି ।ରାଜ୍ୟର ମାଓବାଦୀ ପ୍ରଭାବିତ ଅଞ୍ଚଳଗୁଡ଼ିକର ସାମଗ୍ରିକ ବିକାଶ ତଥା ସମସ୍ତ ଗ୍ରାମ ଓ ହିତାଧିକାରୀଙ୍କୁ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବା ଲକ୍ଷ୍ୟ ନେଇ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ କାର୍ଯ୍ୟ କରିବ।
ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ରାୟଗଡ଼ା ଆଦି ୧୦ଟି ଜିଲାର ୫୮୩ ଗ୍ରାମରେ ସମସ୍ତ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଏହି କାର୍ଯ୍ୟକ୍ରମର ନୋଡାଲ୍ ବିଭାଗ ଭାବେ କାର୍ଯ୍ୟ କରିବ।
ଏହା ଅଧୀନରେ ଗ୍ରାମ କିମ୍ବା ଗୋଷ୍ଠୀକୁ ୩୧ଟି ସରକାରୀ ଯୋଜନା ଏବଂ ହିତାଧିକାରୀ କିମ୍ବା ପରିବାରକୁ ୪୪ଟି ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖାଯାଇଛି।ଉଭୟ କେନ୍ଦ୍ର ଓ ରାଜ୍ୟରେ ଡବଲ ଇଂଜିନ ସରକାର ଥିବାରୁ ସରକାର ଏହି ଯୋଜନାରେ ସଫଳ ହେବେ ବୋଲି ଜନସାଧାରଣରେ ଚର୍ଚା ହେଉଛି ।