ସ୍ପଷ୍ଟ ହୋଇନି ବାତ୍ୟା ଦାନାର ଆଖି । ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ଦାନା ।ଭୀଷଣ ରୂପ ଧାରଣ କରି ସମୁଦ୍ରରୁ ସ୍ଥଳଭାଗ ମୁହାଁ ହୋଇଛି ସାମୁଦ୍ରିକ ଝଡ଼ । ତେବେ ସ୍ଥଳଭାଗ ଛୁଇଁଲା ପରେ ଦାନା ସାମାନ୍ୟ ଗତିପଥ ବଦଳାଇ ପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।ବାତ୍ୟା ଦାନାର ଆଖି ସୃଷ୍ଟି ହୋଇନି କି ହବନାହିଁ ବୋଲି ସ୍ପଷ୍ଟ ସୂଚନା ଦେଇଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।ଭଦ୍ରକ, ବାଲେଶ୍ୱର ରେ ବାତ୍ୟାର ପ୍ରକୋପ ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।