
ଭୁବନେଶ୍ଵର; ରାଜ୍ୟର ୮ ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ସତର୍କତା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା । ଆଗାମୀ ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ । ଏହି ୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଗାମୀ ୩ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ରାୟଗଡା ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ସହିତ ହାଲୁକା ବର୍ଷା ହୋଇପାରେ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବା ଏବଂ ଆବଶ୍ଯକ ସ୍ଥଳେ ସୁରକ୍ଷିତ ସ୍ଥାନକୁ ଯିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଅନ୍ୟପଟେ ଆଗକୁ ଆସୁଛି ବଡ ବର୍ଷା । ୨୦ରୁ ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ପାଇଁ ୩ ଜିଲ୍ଲାକୁ ଅରେଞ୍ଜ, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୧ ତାରିଖ ପାଇଁ ୭ ଜିଲ୍ଲାକୁ ଅରେଞ୍ଜ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ । ତେବେ ଆସନ୍ତା ୨୨ ଓ ୨୩ ତାରିଖରେ ମଧ୍ୟ ଉତ୍ତର ଓ ଉପକୂଳରେ ବର୍ଷା ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ବିଭାଗ ।