ନୁଆଦିଲ୍ଲୀ: ଲଗାତାର ଦୁଇଟି ଭୂକମ୍ପରେ ଥରିଲା ମିଆଁମାର। ଭୂକମ୍ପର ଝଟକାରେ ବ୍ଯାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ବ୍ୟାଙ୍କକରେ ଜାରି ହୋଇଛି ଜରୁରୀକାଳୀନ ପରିସ୍ଥିତି। ମିଆଁମାରର ଇରାବାଡି ନଦୀ ଉପରେ ଥିବା ଐତିହାସିକ ଆଭା ବ୍ରିଜ ଧସିଯାଇଥିବା ସୂଚନା ମିଳିଛି। ମିଆଁମାରର ସାଗାଇଙ୍ଗ ରହିଥିଲା ଭୂକମ୍ପର କେନ୍ଦ୍ରସ୍ଥଳ। ଅନେକ ସ୍ଥାନରେ ଜଳ ପ୍ଲାବନ ମଧ୍ୟ ବୃଦ୍ଧି ପାଉଥିବା ସୂଚନା ମିଳିଛି।
ମିଆଁମାର, ଥାଇଲାଣ୍ଡ ସମେତ ଚୀନର ଦକ୍ଷିଣ ପଶ୍ଚିମ ଅନ୍ତର୍ଗତ ୟୁନାନ ପ୍ରଜାତନ୍ତ୍ର ବି କ୍ଷତିଗ୍ରସ୍ତ ହୋଇଛି। ଭୂକମ୍ପ ଯୋଗୁ ଏହି ସବୁ ଦେଶରେ ଅନେକ କୋଠା କ୍ଷତିଗ୍ରସ୍ତ ହୋଇଛି। ମିଆଁମାରରେ ଭୂକମ୍ପର ତୀବ୍ରତା ଥିଲା ୭.୭। ଭୂକମ୍ପ ପରେ ବହୁତଳ ପ୍ରାସାଦଗୁଡିକ ଦୋହଲିଥିବା ଜଣାଯାଇଛି। ଭୂକମ୍ପର ଗଭୀରତା ୧୦ କିଲୋମିଟରରେ ଥିଲା ବୋଲି ପ୍ରକାଶ କରିଛି ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି। ଭୂକମ୍ପ ପରେ ଜରୁରୀ ବୈଠକ ଡାକିଛନ୍ତି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପେତୋଙ୍ଗତାର୍ଣ୍ଣ ସିନାବାତ୍ରା। ବିଭିନ୍ନ ସ୍ଥାନରେ ବିଭିନ୍ନ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁଯାୟୀ, ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ମିଆଁମାରର ସାଗାଇଙ୍ଗରେ ଭୂମିଠାରୁ ୧୦ କିଲୋମିଟର ତଳେ ଥିଲା ରହିଛି । ଏହା ପ୍ରଭାବରେ ଉତ୍ତର-ପୂର୍ବ ଭାରତୀୟ ରାଜ୍ୟ ମଣିପୁର, ଅରୁଣାଚଳ ପ୍ରଦେଶ, ଆସାମ ଏବଂ ନାଗାଲାଣ୍ଡରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର ଝଟକା ଏତେ ଶକ୍ତିଶାଳୀ ଥିଲା ଯେ ଲୋକମାନେ ଘରୁ ବାହାରକୁ ବାହାରି ଆସିଥିବାର ଦେଖିବା ପାଇଁ ମିଳିଛି ।
ରିପୋର୍ଟ ଅନୁଯାୟୀ, ଭୂମିକମ୍ପ ଦୁଇଥର ଲଗାତାର ଭୂମିକମ୍ପ ହୋଇଥିଲା । ପ୍ରଥମ ଭୂମିକମ୍ପ ମିଆଁମାରରେ ହୋଇଥିବା ବେଳେ ଦ୍ୱିତୀୟ ଭୂମିକମ୍ପ ଥାଇଲ୍ୟାଣ୍ଡରେ ହୋଇଥିଲା। ଭୂମିକମ୍ପରେ ଏକ ନିର୍ମାଣାଧୀନ କୋଠା ମଧ୍ୟ ଭୁଶୁଡ଼ି ପଡ଼ିବାର ଦୃଶ୍ୟ ଦେଖିବା ପାଇଁ ମିଳିଥିଲା । ଏହି କୋଠାରେ କାମ କରୁଥିବା ଶ୍ରମିକମାନେ ଦୌଡ଼ି ପଳାଇବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭାରତରେ ଏହି ଭୂମିକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇ ନାହିଁ ।