Site icon UTKAL PRATIDIN

ଆଜି ଗାନ୍ଧୀ ଓ ଶାସ୍ତ୍ର ଜୟନ୍ତୀ, ମହାପୁରୁଷଙ୍କୁ ମନେ ପକାଉଛନ୍ତି ଦେଶବାସୀ

IMAGE_1727835888

ଆଜି ଗାଁରୁ ସହର ସମଗ୍ର ଦେଶ ପାଳୁଛି ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ।ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମଉତ୍ସବକୁ ନେଇ ଚଳଚଂଚଳ ପୁରପଲ୍ଲୀ ।ସ୍କୁଲ କଲେଜରୁ ଆରମ୍ଭ କରି ଦେଶର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହୋଇଛି ।ଦିଲ୍ଲୀ ରାଜଘାଟ ସ୍ଥିତ ବାପୁ ସ୍ମୃତି ପୀଠରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ବ୍ୟକ୍ତି ବିଶେଷ ଶ୍ରଦ୍ଧାଞ୍ଜଳି ଜଣାଇବେ।ଉତ୍ତରପ୍ରଦେଶ ମୋଗଲ ସରାଇରେ ଏକ ସାଧାରଣ ପରିବାରରେ ଜନ୍ମ ଗ୍ରହଣ କରିଥିବା ଶାସ୍ତ୍ରୀ। ପିଲାଟି ବେଳୁ ସେ ବେଶ୍ ନମ୍ର, ଶାନ୍ତ ଓ ସରଳ ଥିଲେ। ମହାତ୍ମା ଗାନ୍ଧିଙ୍କ ଡାକରାରେ ସେ ସ୍ୱାଧୀନତା ଆନ୍ଦୋଳନରେ ସାମିଲ ହୋଇଥିଲେ।

ଦେଶ ସ୍ୱାଧୀନ ହେବା ପରେ ଜବାହାରଲାଲ ନେହରୁଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ଭାବେ କାର୍ୟ୍ୟ କରିଥିଲେ ଶାସ୍ତ୍ରୀ। ପରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇଥିଲେ । ତାଙ୍କ ସ୍ଲୋଗାନ ‘ଜୟ ଯବାନ ଏବଂ ଜୟ କିଶାନ’ ଆଜି ଦେଶ ପାଇଁ ଅମର ହୋଇ ରହିଛି ।ଆଜି ତାଙ୍କ ଜନ୍ମ ଦିବସରେ ସାରା ଦେଶ ତାଙ୍କୁ ମନେ ପକାଉଛି।

Exit mobile version