Site icon UTKAL PRATIDIN

ସୃଷ୍ଟି ହେଲା ଳଘୁଚାପ କ୍ଷେତ୍ର, ୨୩ରେ ବାତ୍ୟା

Rain_1729326442

ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।ଏହା ପର୍ଯ୍ୟାୟକ୍ରମେ ୨୩ରେ ଅବପାତ ଏବଂ ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଆଇଏମଡି। ତେବେ ବାତ୍ୟାର ନାଁ ରଖାଯାଇଛି ‘ଦାନା’।ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସଦ୍ୟତମ ସୂଚନା ଅନୁସାରେ, ୨୪ ସକାଳେ ସ୍ଥଳଭାଗ ଛୁଇଁପାରେ ବାତ୍ୟା ‘ଦାନା’ ।

ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୪ ତାରିଖ ସକାଳ ସୁଦ୍ଧା ଉତ୍ତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଏବଂ ପଶ୍ଚିମ ଉପକୂଳରେ ଲ୍ୟାଣ୍ଡଫଲ କରିବ। ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ। ପ୍ରଭାବରେ ୨୩ ରୁ ୨୫ ତାରିଖ ଯାଏ ଉପକୂଳ ଓଡ଼ିଶାରେ ଅତି ଭୀଷଣ ବର୍ଷାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Exit mobile version