
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘୁର୍ଣ୍ଣିବଳୟରେ ପରିଣତ ହୋଇଛି ।ରାଜ୍ୟରେ ଆସନ୍ତା ୨୬ ତାରିଖରେ ପ୍ରବଳ ବର୍ଷା ହେବ।ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିବ ।କିଛି ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ମଧ୍ୟ ରହିଛି ।
୧୫ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ଆସନ୍ତାକାଲି ନୂଆପଡା, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ସମ୍ବଲପୁର, ଝାରସୁଗୁଡା, ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।