Site icon UTKAL PRATIDIN

ପୁଣି ଲଘୁଚାପ; ଦୁଇ ଦିନ ପ୍ରବଳ ଛେଚିବ

11

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଉତ୍ତର ଓଡ଼ିଶା ଦେଇ ଗତି କରିବା ସମ୍ଭାବନା ରହିଛି। ଏଥିପାଇଁ ରାଜ୍ୟରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ।

ମଙ୍ଗଳବାର ଅନେକ ସ୍ଥାନରେ ବର୍ଷାର ପ୍ରକୋପ ବଢ଼଼ିବାକୁ ଥିବା ବେଳେ ପରବର୍ତ୍ତୀ ଦୁଇ ଦିନ ଅର୍ଥାତ ବୁଧବାର ଓ ଗୁରୁବାର ବର୍ଷାର ପ୍ରକୋପ ସବୁଠୁ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୩ ଦିନ ପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଭଳି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

ସେହିପରି ଏହି ସମୟରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପ୍ରଭାବ ଏକ ଲଘୁଚାପ ସୃଷ୍ଟି ହେବ। ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଉପକୂଳ, ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସେପ୍ଟେମ୍ୱର ୧୯ ଏବଂ ୨୦ ତାରିଖରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କେନ୍ଦ୍ର କହିଛି। ସେପ୍ଟେମ୍ୱର ୨୦ ତାରିଖ ରାତିରୁ ଏହାର ପ୍ରଭାବ ପଡ଼ୋଶୀ ଛତିଶଗଡ଼ ମୁହାଁ ହୋଇପାରେ ବୋଲି ବୁଲେଟିନ୍‌‌ରେ କୁହାଯାଇଛି।

Exit mobile version