
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ଏବଂ ତତ୍ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ସୋମବାର ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।
ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଉ କିଛି ସ୍ଥାନରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡ଼ି ସହ ବର୍ଷା ହେବା ନେଇ ୧୩ଟି ଜିଲ୍ଲାପାଇଁ ସତର୍କ ସୂଚନା ଜାରି କରାଯାଇଛି ।ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।