ରାଜ୍ୟରେ ଥମୁନି ବର୍ଷା । ବଙ୍ଗୋପସାଗରରେ ଗୋଟାଏ ପରେ ଗୋଟାଏ ଲଘୁଚାପ ଆସିବାରେ ଲାଗିଛି। ଆସନ୍ତାକାଲି ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଯାହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ, ସେପ୍ଟେମ୍ବର ୫ରୁ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତାକାଲି ପ୍ରବଳ ବର୍ଷାକୁ ନେଇ ୧୮ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲେ ଓ୍ବାର୍ଣ୍ଣିଂ ଜାରି ହୋଇଛି।
ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ଅନ୍ୟ ଜିଲ୍ଲା ଗୁଡିକରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି

