Site icon UTKAL PRATIDIN

ମାଡି ଆସୁଛି ଆଉ ଏକ ଲଘୁଚାପ

Rain-In-Bhubaneswar

କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ସୃଷ୍ଟି ହୋଇଛି ।ଯାହା ପ୍ରଭାବରେ ରାଜ୍ୟରେ ବର୍ଷା ପ୍ରବାହ ଜାରି ରହିବ ।ଉତ୍ତର ଓଡିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।୨୮ରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ,କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।। ଆସନ୍ତା ୩୧ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ। ୩୦ ଓ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ମତ୍ସ୍ୟଜିବୀଙ୍କୁ ଯିବାକୁ ବାରଣ କରାଯାଇଛି।

Exit mobile version