Site icon UTKAL PRATIDIN

OPSC ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ

IMAGE_1728374547

ଆଇପିଏସ୍ ଅରୁଣ ଷଡ଼ଙ୍ଗୀ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। । ଆଜି ଲୋକସେବା ଭବନ ସେ ଡଃ ସରିତା ସୁପକାରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓପିଏସସି ଅଧ୍ୟକ୍ଷ ପଦରୁ ସତ୍ୟଜିତ୍ ମହାନ୍ତି ୨୦୨୩ ଅଗଷ୍ଟ ମାସରେ ଅବସର ନେବା ପରଠୁ ଓପିଏସସି ସଦସ୍ୟ ଡଃ ସରିତା ସୁପକାର କାର୍ଯ୍ୟକାରୀ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉ ଥିଲେ।ନୂଆ ଦାଇତ୍ୱ ମିଳିବ ପରେ ଅରୁଣ ଷଡ଼ଙ୍ଗୀ କହିଛନ୍ତି ଗୁରୁ ଦାୟିତ୍ୱ ମିଳିଛି, ସୂଚାରୁ ରୂପେ ତୁଲାଇବି।

opsc ପରୀକ୍ଷା କ୍ଷେତ୍ରରେ ସ୍ୱଚ୍ଛତା ଆଣିବା ସହ କିପରି ପରୀକ୍ଷା କ୍ଷେତ୍ରରେ ଦୁର୍ନୀତି ନହେବା ସେ ସମ୍ପର୍କରେ ସମ୍ପୂର୍ଣ ଦୃଷ୍ଟି ଦେବି ।ଯଦି କୌଣସି ଆଶାୟୀ କାହାକୁ ଆପ୍ରୋଚ କରି କିମ୍ବା ପଇସା ଦେଇକି ଚାକିରି କରିବାକୁ ଆଶା ରଖୁଥିବେ, ତାହା ହେଲେ ସେହି ଆଶାୟୀ ଜଣଙ୍କ ଜାଣି ରଖିବା ଦରକାର ସେ ଲୋକଟା ତାଙ୍କୁ ଠକୁଛି। ଆଶାୟୀ ଜଣଙ୍କ ସେଥିରୁ ନିବୃତ୍ତ ରୁହନ୍ତୁ।

Exit mobile version