Site icon UTKAL PRATIDIN

ଆକ୍ରମଣର ଶିକାର ହେଲେ ବିଜେପି ନେତା

Attack_1725501855

ଗଞ୍ଜାମ ଆସିକାରେ ବିଜେପି ନେତାଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି ।ଏହି ଆକ୍ରମଣରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ରହିଛି। ସେ ସୂତାକଳ ଛକରୁ ଘରକୁ ଫେରୁଥିବା ସମୟରେ ଅନ୍ଧାରର ସୁଯୋଗ ନେଇ ଦୁଇରୁ ତିନି ଜଣ ମିଳିତ ଭାବେ ଲୁହା ରଡ଼ରେ ଅତର୍କିତ ଆକ୍ରମଣ କରିଥିଲେ।

ଶ୍ରୀନିବାସଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ପରେ ତାଙ୍କ ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ରାଜନୈତିକ ଶତ୍ରୁତାକୁ ନେଇ ତାଙ୍କ ଉପରେ ଏହି ଆକ୍ରମଣ ହୋଇଥିବା ଶ୍ରୀନିବାସ ଅଭିଯୋଗ କରିଛନ୍ତି।ଘଟଣା ସ୍ଥଳରେ ପୋଲିସ ତଦନ୍ତ କରୁଥିବା ବେଳେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପାରି ନ ଥିବା ଜଣାଯାଇଛି। ତେବେ କିଏ ଓ କାହିଁକି ଏହି ଘଟଣା ଘଟାଇଲା ସେ ସମ୍ପର୍କରେ ପୁଲିସର ପ୍ରତିକ୍ରିୟା ମିଳିପାରିନି।

Exit mobile version