Site icon UTKAL PRATIDIN

ଫାଇନ ଗଣିବ ଭୀମସାର

VIMSAR

ବର୍ଜ୍ୟ ବସ୍ତୁ ପରିଚାଳନା ଉପଯୁକ୍ତ ଭାବେ କରାଯାଉ ନ ଥିବା ଅଭିଯୋଗରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ୧୧ ଲକ୍ଷ ଟଙ୍କାର ଜରିମାନା କରାଯାଇଛି । ମେଡିକାଲରୁ ବାହାରୁଥିବା ବର୍ଜ୍ୟବସ୍ତୁ ପରିଚାଳନାରେ ଭିମ୍‌ସାର ମାନଦଣ୍ଡ ପୂରଣ କରୁନଥିବାରୁ ଏହି ଫାଇନ୍‌ କରାଯାଇଥିବା ଜଣାପଡିଛି । ୧୫ ଦିନ ମଧ୍ୟରେ ତଣ୍ଡ ପୈଠ ନକଲେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ଅନୁଯାୟୀ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ମିଳିଛି ।

ଭିମସାରର ବର୍ଜ୍ୟବସ୍ତୁ ପରିଚାଳନାର ସ୍ଥିତି ପରଖିବା ପାଇଁ ବିଗତ ଦିନରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଏକ ଟିମ୍ ଭିମସାର ପରିଦର୍ଶନ କରିଥିଲା । ଏହି ସମୟରେ ସବୁକିଛି ଠିକ୍ ଠାକ୍ ନଥିବା ଦେଖିବାକୁ ପାଇଥିଲେ । ଯାହାଫଳରେ ଏକ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ବର୍ଜ୍ୟବସ୍ତୁ ପରିଚାଳନାର ମାନଦଣ୍ଡ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Exit mobile version