ପୁରୀ ଜିଲ୍ଲା ମଲ୍ଲିକାଶୁଣୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବସ୍ ଟି ପୁରୀରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲାବେଳେ ଭାରସାମ୍ୟ ହରାଇ ବିଲକୁ ଖସିପଡିଛି ।ଏହି ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ହତ ଯାତ୍ରୀମାନଙ୍କୁ ନିକଟସ୍ଥ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।ଖବର ପାଇଁ ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।ଏହି ବସରେ ସମୁଦାୟ ୪୦ରୁ ଅଧିକ ଯାତ୍ରୀ ଥିବା ସୂଚନା ମିଳିଛି ।
ଭାରସାମ୍ୟ ହରାଇ ବିଲକୁ ଖସିଲା ବସ,୧୫ ଆହତ

