ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସଜାଗ ଓଡ଼ିଶା ସରକାର ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ୩ ଦିନ ପର୍ଯ୍ୟନ୍ତ ସରକାରୀ ଛୁଟିଦିନ ଥିଲେ ମଧ୍ୟ ଅଧିକାରୀମାନେ ହେଡକ୍ୱାର୍ଟର ଛାଡ଼ିବା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି।ଛୁଟିଦିନରେ କୌଣସି ସରକାରୀ ଅଫିସର ହେଡକ୍ୱାର୍ଟର ନଛାଡ଼ିବା ପାଇଁ ରାଜ୍ୟ ସରକାର ସମସ୍ତ ବିଭାଗୀୟ ସଚିବ ଓ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି।
ଏହି ୩ଦିନ ମଧ୍ୟ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଫିସ୍ ଖୋଲା ରହିବ।ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସଜାଗ ଓଡ଼ିଶା ସରକାର ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ୩ ଦିନ ପର୍ଯ୍ୟନ୍ତ ସରକାରୀ ଛୁଟିଦିନ ଥିଲେ ମଧ୍ୟ ଅଧିକାରୀମାନେ ହେଡକ୍ୱାର୍ଟର ଛାଡ଼ିବା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି।
ଛୁଟିଦିନ ଅର୍ଥାତ୍ ସେପ୍ଟେମ୍ବର ୧୪ରୁ ୧୬ତାରିଖ ପର୍ଯ୍ୟନ୍ତ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି କୌଣସି ସରକାରୀ ଅଫିସରଙ୍କୁ ହେଡକ୍ୱାର୍ଟର ଛାଡ଼ିବାକୁ ଅନୁମତି ଦିଆଯାଇପାରିବ ନାହିଁ। ଏନେଇ ଆବଶ୍ୟକ ନିର୍ଦ୍ଦେଶନାମା ସମସ୍ତ ଅଫିସରମାନଙ୍କୁ ଜାରି କରିବା ପାଇଁ ସାଧାରଣ ପ୍ରଶାସନ ବିଭାଗ ପରାମର୍ଶ ଦେଇଛି।