ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାରଖଣ୍ଡ ଗସ୍ତରେ ଯାଇଛନ୍ତି ।ସିଂହଭୂମର ଜଗନ୍ନାଥପୁର ଯିବେ । ସେହିପରି ଅକ୍ଟୋବର ୧ରେ ଚାଇଁବାସାର କୋଲହାନ ଯିବେ । ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ।ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଝାଡ଼ଖଣ୍ଡ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି । ଉଭୟ ସ୍ଥାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି ।ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ବିଜେପିର ସହପ୍ରଭାରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଭେଟିଥିଲେ ।
ଝାଡ଼ଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ
