Site icon UTKAL PRATIDIN

ଆଜିଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

f28c684a-78fd-4530-89d6-3706a921562f

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ।ଏହି ଗସ୍ତ ସମୟରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ ସୂଚନା ମିଳିଛି। ଓଡ଼ିଶା ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ସେହିପରି ମୁଖ୍ୟମନ୍ତ୍ରୀ ୩ ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି।

୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ।

Exit mobile version