
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।ଆଜି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିଥହିବାବେଳେ ଅକ୍ଟୋବର ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ସେହିପରି ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସୂଚନାଯୋଗ୍ୟ, ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଲୋକଙ୍କ ଅଭିଯୋଗ ଶୁଣନ୍ତି। ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଥିଲା।