ବ୍ରହ୍ମପୁର; ମହିଳା ଦିବସରେ ମହିଳାଙ୍କ ପାଇଁ ଖୁସିର ଖବର । ଖାତାକୁ ଗଲା ସୁଭଦ୍ରା ଟଙ୍କା । ଏକାକାଳୀନ କୋଟିଏ ଖାତାକୁ ଗଲା ସୁଭଦ୍ରା ଟଙ୍କା । ବ୍ରହ୍ମପୁର ସମାବେଶରେ ସୁଭଦ୍ରାର ୨ୟ କିସ୍ତି ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ସଭାରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ, ପ୍ରଭାତୀ ପରିଡ଼ାଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ରହିଥିଲେ ।
ତେବେ ଶେଷ ପର୍ଯ୍ୟାୟରେ ସାମିଲ ହୋଇଥିବା ହିତାଧିକାରୀ ମଧ୍ୟ ଏହି ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି। ମୋଟ ୧ କୋଟି ୬୩ ହଜାର ମହିଳାଙ୍କ ଖାତାରେ ଜମା ହେଲା ସୁଭଦ୍ରା ଅର୍ଥ ରାଶି । ମହିଳା ଦିବସ ଅବସରରେ ମହିଳାମାନଙ୍କୁ ସୁଭଦ୍ରା ଟଙ୍କା ମିଳିଛି । ବ୍ରହ୍ମପୁରର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତି ଟଙ୍କା ପ୍ରଦାନ କରିଛନ୍ତି । କାର୍ଯ୍ୟକ୍ରମରେ ଦୁଇ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେଇଥିଲେ।
ସୁଭଦ୍ରା ଯୋଜନା ପାଇଁ ୧ କୋଟି ୮ ଲକ୍ଷ ଆବେଦନ କରିଛନ୍ତି । ମାର୍ଚ୍ଚ ୩୧ ମଧ୍ୟରେ ଆବେଦନ କରିଥିବା ହିତାଧିକାରୀଙ୍କୁ ସର୍ଭେ କରି ସାମିଲ କରିବେ ସରକାର । ସେମାନଙ୍କୁ ରାକ୍ଷୀ ପୂର୍ଣ୍ଣିମାରେ ଏକାଥରକେ ୩ଟି କିସ୍ତି ଅର୍ଥାତ ୧୫ ହଜାର ଟଙ୍କା ମିଳିବ । ଜଣେ ବି ଯୋଗ୍ୟ ହିତାଧିକାରୀ ଯେପରି ଯୋଜନାରୁ ବାଦ୍ ପଡ଼ିବେନି ତାକୁ ଗୁରୁତ୍ୱ ଦେଇ ସରକାର ସବୁପ୍ରକାର ଅନୁକୂଳ ପଦକ୍ଷେପ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।