Site icon UTKAL PRATIDIN

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ତଦନ୍ତ ଜାରି କଲା କ୍ରାଇମବ୍ରାଞ୍ଚ

jaj-1-710x430

ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ପ୍ରଣବ ପ୍ରକାଶ ଦାସ ବବିଙ୍କ ସମର୍ଥକମାନେ ତାଙ୍କୁ ଆକ୍ରମଣ କରିଥିବା କହିଛନ୍ତି ନିଜେ ବିଧାୟକ ସାହୁ।ଡିଡିଏମ୍‌ଙ୍କ ଅଫିସକୁ ମିଟିଂ ପାଇଁ ଯିବା ବେଳେ ଯାଜପୁର ବୁଢ଼ାପୋଲ ନିକଟରେ ବିଧାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବିଧାୟକଙ୍କ ପିଏସ୍‌ଓଙ୍କ ଏତଲା ଆଧାରରେ ୧୦ ଜଣଙ୍କୁ ଗିରଫ କରାଯାଇଛି।

ଅନ୍ୟପଟେ, ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଯାଜପୁର ଟାଉନ ଥାନାରେ କ୍ରାଇମ୍‌ବ୍ରାଞ୍ଚର ୬ ଜଣିଆ ଟିମ୍‌ ତନାଘନା କରୁଛନ୍ତି। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ଚାଲିଛି।

Exit mobile version