
Kovalam: Strong winds ahead of the landfall of Cyclone Nivar, in Kovalam, Wednesday, Nov. 25, 2020. (PTI Photo/R Senthil Kumar)(PTI25-11-2020_000081B)
କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକରୁ ଅଧିକ ଘନୀଭୂତ ହେବାରେ ଲାଗିଛି ।ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗକୁ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ ।
ଏହାପରେ ଉତ୍ତରପଶ୍ଚିମ ଦିଗରେ ଗତିକରି ୨୪ରେ ଉପକୂଳ ଛୁଇଁବ ବୋଲି ସୂଚାଇ ଦିଆଯାଇଛି ।ତେବେ ଏହା ,ଗତିପଥ କେଉଁଆଡେ ରହିବ କେଉଁ ଆଡକୁ ଏହାର ପ୍ରଭାବ ରହିବ ସେନେଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏନେଇ ଅଧିକ ଚିତ୍ର ସ୍ପଷ୍ଟ ହେବ ବୋଲି କହିଛି ପାଣିପାଗ ବିଭାଗ ।
ସେପଟେ ଆଣ୍ଡାମାନ ସାଗରରେ ବର୍ତ୍ତମାନ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ବଳ ଗୋଟାଇ ଅଧିକ ଘନୀଭୂତ ହେଉଛି। ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆସନ୍ତା କାଲି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଉଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ୨୩ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ୨୨ରୁ ସମୁଦ୍ର ଅଶାନ୍ତ ହେବ । ଏଥିପାଇଁ କାଲିଠାରୁ ମତ୍ସଜୀବୀଙ୍କୁ ସମୁଦ୍ର ପ୍ରବେଶ ନେଇ ମନା କରାଯାଇଛି ।