Site icon UTKAL PRATIDIN

ବାତ୍ୟା ଦାନାର ଆସିଲା କ୍ଷୟକ୍ଷତି ରିପୋର୍ଟ

IMAGE_1730722076

ବାତ୍ୟା ଦାନାର କ୍ଷୟକ୍ଷତି ରିପୋର୍ଟ ଆସିଛି ।ଜିଲ୍ଲାସ୍ତରରୁ କ୍ଷୟକ୍ଷତି ରିପୋର୍ଟ ସଂଗ୍ରହ କରିଛନ୍ତି ରାଜ୍ୟ ସରକାର ।ପ୍ରାଥମିକ ଆକଳନ ଅନୁସାରେ ବାତ୍ୟା ‘ଦାନା’ରେ ପ୍ରାୟ ୬ଶହ କୋଟି ଟଙ୍କାର ସମ୍ପତ୍ତି କ୍ଷତି ହୋଇଥିବା କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।ବାତ୍ୟାରେ ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ବେଶୀ କ୍ଷତିଗ୍ରସ୍ତ ହୋଇଛି। ମୋଟାମୋଟି ଭାବରେ ୧୪ ଜିଲ୍ଲାର ୧୩୧ ବ୍ଲକ ପ୍ରଭାବିତ ହୋଇଛି। ୧୧, ୬୩୭ ଗାଁର ୪୧ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ସମୁଦାୟ ୧୬,୪୧୭ ଘର ପ୍ରଭାବିତ ହୋଇଥିବାବେଳେ ୨୭ ଘର ସଂପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ୧୪,୬୮୦ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି ବୋଲି କହିଛନ୍ତି ମନ୍ତ୍ରୀ। ବିଭାଗୱାରୀ ହିସାବ ଭିତ୍ତିରେ ଶକ୍ତି ବିଭାଗ ବେଶୀ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି।

Exit mobile version