Site icon UTKAL PRATIDIN

ଲଗାଣ ବର୍ଷା ଯୋଗୁଁ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

1663930912_delhi-rain-7-620x330

ଲଗାଣ ବର୍ଷା ଯୋଗୁଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଦିନକ ପାଇଁ ପୁରୀ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ରହିବ ।ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।ସ୍କୁଲ ସହ ଜିଲ୍ଲାର ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ।ପ୍ରବଳ ବର୍ଷା ନେଇ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version