Site icon UTKAL PRATIDIN

ଶୁଭାରମ୍ଭ ହେଲା ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍

WhatsApp Image 2023-10-09 at 3.25.13 PM

ଭୁବନେଶ୍ବର: ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ  । ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି  । ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ୩ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଶାର ୫ଟି ସହର ସମେତ ଅନ୍ୟ ୧୩ଟି ସହରର ୧୪୯ଟି ୱାର୍ଡରେ ୨୪ଘଣ୍ଟିଆ ଜଳଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି।  ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଳ ଅମୂଲ୍ୟ। ପ୍ରତିଟି ଜଳବିନ୍ଦୁରେ ରହିଛି ଜୀବନ। ତେଣୁ ସମସ୍ତଙ୍କୁ ଭଲ ପିଇବା ପାଣି ଯୋଗାଇବା ଆମ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନାର ଲକ୍ଷ୍ୟ।

ଓଡିଶା ଆଜି ରୂପାନ୍ତର ପଥରେ ସଫଳତା ସହ ଆଗେଇ ଚାଲିଛି। ଫାଇଭ୍ ଟି ଉପକ୍ରମ ପ୍ରୟୋଗରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନା ଆଜି ସାରା ଦେଶ ପାଇଁ ଓଡିଶା ଏକ ମଡେଲ ହୋଇଛି। ଆମ ଜଳସାଥୀ ମା’ ମାନଙ୍କ ସଫଳତା ମଧ୍ୟ ଆଜି ଅନ୍ୟମାନଙ୍କ ପାଇଁ ମଡେଲ ହୋଇଛି। ପ୍ରେରଣାଦାୟୀ ସଫଳ କାହାଣୀ ହୋଇଛି। ସହରାଞ୍ଚଳ ଜଳଯୋଗାଣ କ୍ଷେତ୍ରରେ ଆମ ମିଶନ ଶକ୍ତି ମା’ ମାନେ, ଜଳସାଥୀମାନେ ବହୁତ ଭଲ କାମ କରୁଛନ୍ତି।

ୱାଟକୋ ତା’ର ଉତ୍ସର୍ଗିକୃତ ଉଦ୍ୟମ ବଳରେ ଓଡିଶାର ଜଳଯୋଗାଣ କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣି ଆମ ଦେଶ ତଥା ଅନ୍ୟାନ୍ୟ ପ୍ରଗତିଶୀଳ ଦେଶମାନଙ୍କ ମଧ୍ୟରେ ଏକ ନୂତନ ବେଞ୍ଚମାର୍କ ସ୍ଥାପନ ପାଇଁ କାର୍ଯ୍ୟ ଜାରି ରଖି ରାଜ୍ୟକୁ ଗୌରାବନ୍ୱିତ କରୁଥିବାରୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ।

Exit mobile version