
ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ପ୍ରଭାବ ଜାରି ରହିଛି ।ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବର୍ଷା ପ୍ରକୋପ ଆଉ ଦିନଟିଏ ରହିବ ।ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।
ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଧ୍ୟମଧରଣର ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ। ସେହିପରି କଟକ ଓ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।