
ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଯାହା ଆସନ୍ତାକାଲି ଆଡକୁ ଲଘୁଚାପର ରୂପ ନେଇପାରେ । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ସୂଚନା ଦେଇଛନ୍ତି ଆଇଏମ୍ଡି ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।ତେବେ ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ଅଂଚଳରେ ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଥିଲା ବେଳେ କିଛି ଅଂଚଳରେ ହାଲୁକା ବର୍ଷ ହେବାର ସମ୍ଭାବନା ରହିଛି ।
ତେବେ ଏହି ଘୁର୍ଣ୍ଣିଝଡ ବାତ୍ୟାର ରୂପ ନେବାର ଆଶଙ୍କା ନାହିଁ ବୋଲି କହିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।