Monday, May 20, 2024
HomeODISHAଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ 

ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ 

ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟ୍ରେନ୍ ଆଜି ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ ଆରମ୍ଭ ହୋଇଛି । ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ରହିବ ଏହି ଟ୍ରେନ୍ । ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରୁ ବାହାରିଥିବା ବେଳେ ଦିନ ୧୨ଟା ୩୦ରେ ତାଳଚେରରେ ପହଞ୍ଚିବ ଟ୍ରେନ୍ । ଚଳିତ ବର୍ଷ ମେ’ ମାସ ୧୮ ତାରିଖରେ ପୁରୀରୁ-ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments